ଭୁବନେଶ୍ୱର- ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀ ଓ କର୍ମକର୍ତ୍ତାଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଚିଲିକା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜବୁତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି କର୍ମୀ ଓ କର୍ମକର୍ତ୍ତାମାନେ ସେମାନଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ । ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ମନୋରମା ବେହେରା, କିଶୋର ବେହେରା, ବିଭୂତି ରଂଜନବେହେରା, କାହ୍ନୁ ଚରଣ ବେହେରା ଓ ସୁକଦେବ ବେହେରା, ବିଦ୍ୟାଧର ବେହେରା, ସୁବାସ ବେହେରା ଓସୁଶାନ୍ତ ବେହେରାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ଚିଲିକା ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଓ ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କ ମଧ୍ୟରେ କଡା ମୁକାବିଲା ହେଉଛି ।
